ମାର୍ଚ୍ଚରେ କଣ୍ଟେନମେଣ୍ଟ ଜୋନରେ ଜାରି ରହିବ ଲକଡାଉନ୍

ମାର୍ଚ୍ଚ ମାସ ଲାଗି କୋଭିଡ୍ କଟକଣା କିଭଳି ରହିବ ସେ ନେଇ ନୂତନ ଗାଇଡଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର। ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଏହି ଗାଇଡଲାଇନରେ କଣ୍ଟେନମେଣ୍ଟ ଜୋନରେ ଲକଡାଉନ୍ ଜାରି ରହିବ ବୋଲି କୁହାଯାଇଛି। କୋଭିଡ୍‌-୧୯ ସଂକ୍ରମଣର ସ୍ଥିତିକୁ ଦେଖି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ଗାଇଡଲାଇନ ଅନୁଯାୟୀ ନଗର ନିଗମ କମିସନର ଓ ସ୍ଥାନୀୟ ପ୍ରଶାସନ କଣ୍ଟେନମେଣ୍ଟ ଜୋନ୍‌ଗୁଡ଼ିକୁ ଚିହ୍ନଟ କରିବେ ଏବଂ ଏହି କଣ୍ଟେନମେଣ୍ଟ ଜୋନ୍‌ଗୁଡିକର ସୂଚନା ସମ୍ପୃକ୍ତ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟକୁ ଦେବେ। ଏହା ସହ ଜିଲ୍ଲାପାଳ ଏବଂ ରାଜ୍ୟ ସରକାର ନିଜ ନିଜ ୱେବସାଇଟରେ ଏହି ସୂଚନା ପ୍ରଦାନ କରିବେ ବୋଲି ଗାଇଡଲାଇନରେ କୁହାଯାଇଛି।

କଣ୍ଟେନମେଣ୍ଟ ଜୋନ୍‌ଗୁଡ଼ିକରେ ଲଗାଯାଇଥିବା କଟକଣା କଡ଼ାକଡି ଭାବେ ପାଳନ କରାଯିବ। କଣ୍ଟେନମେଣ୍ଟ ଜୋନରେ କେବଳ ଜରୁରୀ କାର୍ଯ୍ୟକଳାପକୁ ଅନୁମତି ଦିଆଯିବ। ଜରୁରୀକାଳୀନ ଚିକିତ୍ସା ସୁବିଧା, ଅତ୍ୟାବଶ୍ୟକ ସାମଗ୍ରୀ ଏବଂ ସେବା ଯୋଗାଣକୁ ବଜାୟ ରଖିବା ପାଇଁ ଏହି ଜୋନ୍ ଗୁଡିକରେ କିମ୍ବା ବାହାରେ ଲୋକମାନଙ୍କର ଚଳପ୍ରଚଳକୁ ଅନୁମତି ମିଳିବ। ଅନ୍ୟ ସବୁ କ୍ଷେତ୍ରରେ ଯିବାଆସିବା ଉପରେ କଡ଼ା ନିୟନ୍ତ୍ରଣ ରହିବ।କଣ୍ଟେନମେଣ୍ଟ ଜୋନରେ ଯେଭଳି କଡାକଡି ଭାବରେ ନିୟମ  ପାଳନ କରାଯାଏ ତାହା ସ୍ଥାନୀୟ ପ୍ରଶାସନ, ଜିଲ୍ଲା ପୁଲିସ ପ୍ରଶାସନ ଏବଂ ମୁନିସପାଲ୍ କର୍ତ୍ତୃପକ୍ଷ ନିଶ୍ଚିତ କରିବେ। ଯଦି ଏଥିରେ ଅବହେଳା ସାମ୍ନାକୁ ଆସେ ତେବେ  ପ୍ରଶାସନର ସମ୍ପୃକ୍ତ ଅଧିକାରୀଙ୍କୁ ଦାୟୀ କରାଯିବ ଓ ଆବଶ୍ୟକସ୍ଥଳେ କାର୍ଯ୍ୟାନୁଷ୍ଠାନ ହେବ।

 

Spread the love