ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩୫୮ କରୋନା ଆକ୍ରାନ୍ତ, କଟକରୁ ସର୍ବାଧିକ ୧୦୩୮ ଡିସଚାର୍ଜ

ଭୁବନେଶ୍ବର ୦୬/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩୫୮ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୭ ଲକ୍ଷ ୩୯ ହଜାର ୩୭୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୧୦୩୮ ଜଣ ରହିଛନ୍ତି ।ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୦୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୩୦୯୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୨୧ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୦୮୧ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୭୮୦୩୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୩୨୦୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୧୮୩୧୧୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love