ରାଜ୍ୟରେ ସୁସ୍ଥ ହେଲେ ଆଉ ୭୭୩୩ କରୋନା ଆକ୍ରାନ୍ତ

ଭୁବନେଶ୍ବର ୧୩/ ୦୬ : ରାଜ୍ୟରେ ସୁସ୍ଥ ହେଲେ ଆଉ ୭୭୩୩ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୭ ଲକ୍ଷ ୯୬ ହଜାର ୭୯୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୨୦୩ଜଣ ରହିଛନ୍ତି ।

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୫୧୭୮୨ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୪୬ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୯୨୩ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ୫୯୩୬୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୮୯୦୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୨୬୫୨୩୯୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love