ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ

ଭୁବନେଶ୍ବର: ଗତକାଲି ମାତ୍ର ୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମଣରୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୪ଟି ଜିଲ୍ଲାରୁ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୬ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, କଟକ ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ମାତ୍ର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୯୮୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୭୨୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୮୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Spread the love