କୋଭିଡ ଅନାଥଙ୍କୁ କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପାଠ ପଢ଼ା

ଭୁବନେଶ୍ୱର : କୋଭିଡ-୧୯ ମହାମାରୀ ଦୁଇ ବର୍ଷରୁ ଅଧିକ ସମୟ ଧରି ସମଗ୍ର ବିଶ୍ୱକୁ ବ୍ୟାପିଯାଇଥିଲା।  କୋଭିଡରେ ପିତାମାତାଙ୍କୁ ହରାଇଥିବା ଅନାଥ ପିଲାଙ୍କୁୁ କେନ୍ଦ୍ରୀୟ ବିଦ୍ୟାଳୟରେ ମାଗଣାରେ ପାଠ ପଢ଼ିବାର ସୁଯୋଗ ମିଳିବ।ଏମପି କୋଟା ଉଚ୍ଛେଦ କରି କୋଭିଡ ଅନାଥ ବ୍ୟବସ୍ଥା କେନ୍ଦ୍ରୀୟ ବିଦ୍ୟାଳୟ ତରଫରୁ ଲାଗୁ କରାଯାଇଛି ।

ନୂଆ ବ୍ୟବସ୍ଥା ଅନୁଯାୟୀ, ଏଣିକି ବାର୍ଷିକ ୧୦ ଜଣ କୋଭିଡ ଅନାଥଙ୍କୁ କେନ୍ଦ୍ରୀୟ ବିଦ୍ୟାଳୟରେ ନାମଲେଖାଇବା ପାଇଁ ସୁଯୋଗ ଦିଆଯିବ । ଗୋଟିଏ କେଭିରେ ବର୍ଷକୁ ଗୋଟିଏ ଶ୍ରେଣୀରେ ୨ ଜଣ ଆଡମିଶନ କରିପାରିବେ । କୋଭିଡ୍ ଅନାଥ କୋଟାରେ ଆଡମିଶନ କରିଥିବା ପିଲାମାନେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ମାଗଣାରେ ପଢ଼ିପାରିବେ । ପିଲାମାନଙ୍କର କମ୍ପ୍ୟୁଟର ଫଣ୍ଡ, ଟ୍ୟୁସନ ଫିସ୍ ସବୁକିଛି ଛାଡ଼ କରାଯିବାକୁ ନିଷ୍ପତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରୀୟ ବିଦ୍ୟାଳୟରୁ ଏମପି କୋଟା ଉଚ୍ଛେଦ ନେଇ ସଂସଦରେ ଗତ ଅଧିବେଶନରେ ପ୍ରସ୍ତାବ ଆଗତ ହୋଇଥିଲା । ପୂର୍ବରୁ ଲୋକସଭା ସଂସଦମାନେ ନିଜ ନିର୍ବାଚନ ମଣ୍ଡଳୀର ସ୍କୁଲମାନଙ୍କରେ ୧୦ ଜଣ ପିଲାଙ୍କୁ ନାମଲେଖା ପାଇଁ ସୁପାରିଶ କରିପାରୁଥିଲେ । ସେହିପରି ରାଜ୍ୟସଭାର ସଦସ୍ୟମାନେ ନିର୍ବାଚନ ହୋଇଥିବା ରାଜ୍ୟର ୧୦ ଜଣ ପିଲାଙ୍କ ଆଡମିଶନ ନେଇ ସୁପାରିଶ କରିପାରୁଥିଲେ । କେଭି ପକ୍ଷରୁ ସ୍ପନସରସିପ୍ ଏଜେନ୍ସି କୋଟା ଆଡମିଶନକୁ ମଧ୍ୟ ଉଚ୍ଛେଦ କରାଯାଇଛି ।

Spread the love