ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍

ଭୁବନେଶ୍ଵର  : ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୦୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ମିଳିିିଛି।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୫, ଦେଓଗଡ଼ ଜିଲ୍ଲାରୁ ୧, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬, ନୟାଗଡ଼ ଜିଲ୍ଲାରୁ ୧, ସୁନ୍ଦରଗଡ଼ ଜିଲ୍ଲାରୁ ୧, ଷ୍ଟେଟ ପୁଲ୍‌ରୁ ୧ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ୧୨୮୮୫୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ମଧ୍ୟରୁ ୯୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୩୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୦୪୧୫୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love