ଦେଶରେ ଆଉ ୧୬,୯୩୫ କରୋନା ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଆଉ ୧୬ ହଜାର ୯୩୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ଏବଂ ଗତ ୨୪ ଘଣ୍ଟାରେ ଆଉ ୧୬ହଜାର ୬୯ଜଣ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା​ ଦିଆଯାଇଛି।  ଦେଶରେ କରୋନା ସଂକ୍ରମଣ ତୁଳନାରେ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି । ଗୋଟିଏ ଦିନରେ ଦେଶରେ ୫୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।ଲଗାତର ଦେଶରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ୍‌ ୧,୪୪,୨୬୪ ଜଣ କରୋନା ସକ୍ରିୟ ଆକ୍ରାନ୍ତ ରହିଥିବା ସୂଚନା ଦିଆଯାଇଛି ।ସୁସ୍ଥତା ତୁଳନାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ହେତୁ ଦେଶରେ ପଜିଟିଭିଟି ହାର ମଧ୍ୟ ବୃଦ୍ଧି ପାଉଛି । ଦୈନିକ ପଜିଟିଭି ହାର ଦେଶରେ ୬.୪୮ ପ୍ରତିଶତ ରହିଛି। ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍‌ ୫ଲକ୍ଷ ୨୫ ହଜାର ୭୬୦ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଏଯାଏ ଦେଶରେ ମୋଟ୍‌ କରୋନାରୁ ସୁସ୍ଥ ହେଲେଣି ୪,୩୦,୯୭,୫୧୦ଜଣ ଆକ୍ରାନ୍ତ । ଦେଶରେ କରୋନା ସଂକ୍ରମଣ ଜାରି ରହିଥିବାରୁ ଟିକାକରଣ ମଧ୍ୟ କରାଯାଉଛି । ଏଯାଏ ଦେଶରେ ୨୦୦.୦୪ ​‌କୋଟି ଡୋଜ୍‌ ଟିକା ଦିଆସରିଛି ।

Spread the love