ଆଜି ରାଜ୍ୟରେ ୭୪୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର  :  ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୩୩ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୩୦୮ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୧୩୮ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୦୭ ହଜାର ୯୧୧ରେ ପହଞ୍ଚିଛି।

Spread the love