୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୬୪ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୦।୦୯ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୭ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୨୦୮୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲା ଜଣେ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ୩ଜଣ, କଟକ ଜିଲ୍ଲାରୁ ୩୩ଜଣ, ଦେବଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୧ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

Spread the love