୧୦୨ ନୂଆ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର, ୪୬ଜଣ ହେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା

ରାଜ୍ୟରେ ଚିହ୍ନଟ ୧୦୨ ନୂଆ କରୋନା ଆକ୍ରାନ୍ତଙ୍କ ତଥ୍ୟ ସରକାର ପ୍ରଦାନ କରିଛନ୍ତି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରଦତ୍ତ ସୂଚନା ଅନୁଯାୟୀ, ଏମାନଙ୍କ ଭିତରୁ ୪୬ଜଣ ହେଉଛନ୍ତି ପଶ୍ଚିମବଙ୍ଗ ଫେରନ୍ତା। ଏଥିମଧ୍ୟରୁ ଯାଜପୁରର ୩୦, ଅନୁଗୁଳର ୨, ଭଦ୍ରକର ୨ ଏବଂ ସମ୍ବଲପୁରର ୨ଜଣ ଅଛନ୍ତି। ଏମାନେ ସମସ୍ତେ ସଙ୍ଗରୋଧରେ ଥିଲେ।

ତେବେ ଆଜି ଭୁବନେଶ୍ବରରୁ ୨ଜଣ ସ୍ଥାନୀୟ ଚିହ୍ନଟ ହୋଇଥିବା ବେଳେ କଟକରୁ ଜଣେ ସ୍ଥାନୀୟ ଲୋକ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି । ଏହାଫଳରେ ଗତକାଲି କରୋନାମୁକ୍ତ ଘୋଷଣା ହୋଇଥିବା ଭୁବନେଶ୍ବରକୁ କରୋନା ଫେରିଥିବା କୁହାଯାଇପାରେ।ରାଜ୍ୟରେ ଆଜି ପୁଣି  ଯେଉଁ ୧୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି, ସେମାନଙ୍କ ଭିତରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୩୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଭଦ୍ରକ ଜିଲ୍ଲାରୁ ୨୧ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩ଜଣ, ବାଲେଶ୍ବର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧାରୁ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କଟକ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ଅନୁଗୁଳ ଜିଲ୍ଲାରୁ୨ ନୟାଗଡ଼ ଜିଲ୍ଲାରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ଆଜି ଗଞ୍ଜାମ ଜିଲ୍ଲାରୁ କେହି କରୋନା ପଜିଟିଭ୍ ଚିହ୍ନଟ ହୋଇନାହାନ୍ତି।

Spread the love