ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ‘କରୋନା’

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ଦୁଇ କର୍ମଚାରୀ ‘କରୋନା’ରେ ଆକ୍ରାନ୍ତ ହୋଇଛନ୍ତି। ଉଭୟଙ୍କୁ କୋଲକାତା ସ୍ଥିତ ସ୍ୱତନ୍ତ୍ର କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆକ୍ରାନ୍ତ ଚିହ୍ନଟ ପରେ କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରେ ଆଜି ଦିନକ ପାଇଁ ୱାର୍କ ଫ୍ରମ୍‌ ହୋମ୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ନିର୍ଦ୍ଦେଶକ ଏହି ନିର୍ଦ୍ଦେଶ ଦେଇଛନ୍ତି। ‘କରୋନା’ରେ ବାଲେଶ୍ୱର ଜିଲ୍ଲାରେ ମୋଟ ୧୯୦ ଜଣ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ଭିତରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୪୫ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି।

Spread the love