ରାଜ୍ୟରେ ୭ହଜାର ଟପିଲା କରୋନା ସଂକ୍ରମିତ ସଂଖ୍ୟା, ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୬୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୧୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୦୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୯୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୩ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Spread the love