ରେକର୍ଡ ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା; ଦିନକରେ ୭୫୫ ପଜିଟିଭ ଚିହ୍ନଟ

ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପ୍ରଥମ ଥର ପାଇଁ ରାଜ୍ୟରେ ସର୍ବାଧିକ ୭୫୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।  ସମୁଦାୟ ୨୩ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ୫୦୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୨୪୭। ଗଞ୍ଜାମରୁ ସର୍ବାଧିକ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୭୪୦୭ ସୁସ୍ଥ ହୋଇଛନ୍ତି। ଏହାବ୍ୟତୀତ ରାଜ୍ୟରେ ୪୪୭୬ଜଣ ଚିକିତ୍ସିତ ହେଉଛନ୍ତି।

Spread the love