ପୁଣି ୫୭୦ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬କୁ ବୃଦ୍ଧି

ରାଜ୍ୟରେ ୧୯ଟି ଜିଲ୍ଲାରୁ ଆଉ ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୮୬ଟି ଲୋକାଲ୍ କଣ୍ଟାକ୍ଟ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।ଏହି ୫୭୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୧୮ ଜଣେ ଅଛନ୍ତି। ସେହିପରି କଟକରୁ ୪୬ ଓ ସୁନ୍ଦରଗଡ଼ରୁ ୪୪ ଜଣ ଅଛନ୍ତି। ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୭୯୭୨ ଜଣ ସୁସ୍ଥ ହୋଇ ସାରିଲେଣି। ୪୪୭୫ ଜଣ ଏବେ ବି ରାଜ୍ୟର ବିଭିନ୍ନ ମେଡିକାଲରେ ଚିକିତ୍ସାଧୀନ ଅଛନ୍ତି।

Spread the love