ଆଉ ୫୯୫ କରୋନା ସଂକ୍ରମିତ, ୧୩ ହଜାର ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଆଜି ରାଜ୍ୟରେ  ୫୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧୨୧ ରେ ପହଞ୍ଚିଛି । ଏହାସହ ମୋଟ ସଂଖ୍ୟା ୧୩ ହଜାର ଟପିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱରରୁ ୧୧, ବରଗଡରୁ ୩, ଭଦ୍ରକରୁ ୧୧, ବଲାଙ୍ଗୀର ୧, କଟକରୁ ୧୧, ଗଜପତିରୁ ୨୦, ଗଞ୍ଜାମରୁ ୨୩୦, ଜଗତସିଂପୁରରୁ ୫, ଯାଜପୁରରୁ ୯୭, କଳାହାଣ୍ଡିରୁ ୪, କେନ୍ଦ୍ରାପଡାରୁ ୨, କେଉଁଝରରୁ ୩, ଖୋର୍ଧାରୁ ୭୬, କୋରାପୁଟରୁ ୪୪, ମାଲକାନଗିରିରୁ ୩୬, ମୟୂରଭଞ୍ଜରୁ ୧୪, ନୟାଗଡରୁ ୫, ପୁରୀରୁ ୧୦, ରାୟଗଡା ଓ ସମ୍ବଲପୁରର ୨ ଜମ ଲେଖାଏଁ ଏବଂ ସୁନ୍ଦରଗଡରୁ ୮ଜମ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୧୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୬୭୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୩୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୪୫୨୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love