୨୭ ଜିଲ୍ଲାରୁ ୧୨୬୪ କରୋନା ଆକ୍ରାନ୍ତଙ୍କ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ରେକର୍ଡ ଭାଙ୍ଗୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ୨୮ ଜିଲ୍ଲାରୁ ହଜାରେରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୨୭ ଜିଲ୍ଲାରୁ ୧୨୬୪ ନୂଆ ଆକ୍ରାନ୍ତ   ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୪୭  ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୪୧୭ଟି ହେଉଛି ଲୋକାଲ୍ କେସ୍‌। ସେହିଭଳି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୪୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧,୦୯୯  ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୧୩,୭୫୦ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭୨୦୫ ଜଣ ଚିକିତ୍ସାଧୀନ ଅଛନ୍ତି।

Spread the love