୩୦ ଜିଲ୍ଲାରୁ ୧୩୭୬ଜଣ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୧୩୭୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ୯୧୭ ଓ ସ୍ଥାନୀୟ ଅଞ୍ଚଳରୁ ୪୫୯ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫,୩୮୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଏବେ ରାଜ୍ୟରେ ମୋଟ୍ ୧୫,୯୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୨୮୭ ରହିଛି।

Spread the love