ଦିନକରେ ସର୍ବାଧିକ, ୩୦ ଜିଲ୍ଲାରୁ ୧୮୭୬ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ୩୦ ଜିଲ୍ଲାରୁ ୧୮୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ନୂଆ  କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୧୮୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ।  ୬୯୪ଟି ହେଉଛି ଲୋକାଲ୍ କେସ୍‌।ରାଜ୍ୟରେ ଦିନକରେ ୧୮୭୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହା ଏକ ରେକର୍ଡ ସୃଷ୍ଟି କରିଛି। ଗଞ୍ଜାମକୁ ପଛରେ ପକାଇ ଆଜି ଆଗରେ ରହିଛି ଖୋର୍ଦ୍ଧା ଜିଲ୍ଲା।  ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୨୯୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୬୦।  ଏହାବ୍ୟତୀତ ସୁନ୍ଦରଗଡ଼ ଜିଲ୍ଲାରୁ ୧୧୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୦୯, ନୟାଗଡ଼ରୁ ୧୦୫, ରାୟଗଡ଼ାରୁ ୯୮, ବାଲେଶ୍ୱରରୁ ୮୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Spread the love