ରାଜ୍ୟରେ ପୁଣି ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ, ୪ ମୃତ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୨୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧ ଜଣ ସଂଗରୋଧ କେନ୍ଦ୍ରରୁ ଥିବା ବେଳେ ୧୧୨ ଜଣ ସ୍ଥାନୀୟ ସଂକ୍ରମିତ। ନୂଆ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୯ ହଜାର ୧ରେ ପହଞ୍ଚିଛି। ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୩ ଲକ୍ଷ ୨୪ ହଜାର ୩୯୨ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୨୬୮୮ ଜଣ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ବରରୁ ୧୯, ବରଗଡ଼ରୁ ୨୩, ଭଦ୍ରକରୁ ୨, ବଲାଙ୍ଗୀରରୁ ୨୨, ବୌଦ୍ଧରୁ ୫ ଜଣ, କଟକରୁ ୭ ଜଣ, ଦେଓଗଡ଼ରୁ ଜଣେ, ଗଞ୍ଜାମ ୪ ଜଣ, ଜଗତ୍‌ସିଂହପୁରରୁ ୨ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧୫ ଜଣ, କଳାହାଣ୍ଡିରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ୭ ଜଣ, ଖୋର୍ଦ୍ଧାରୁ ୧୯ ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୫ ଜଣ, ନୂଆପଡ଼ାରୁ ୫ ଜଣ, ପୁରୀରୁ ୨ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୨୦ ଜଣ, ସୋନପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୩୨ ଓ ଷ୍ଟେଟ୍‌ ପୁଲ୍‌ରୁ ୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏପଟେ କରୋନାରେ ପୁଣି ୪ ଜଣଙ୍କର ମୃତ୍ୟୁ ଘଟିଛି।

Spread the love