୨୪ ଘଣ୍ଟାରେ ବାହାରିଲେ ୨୮ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୦୭।୦୪ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୦୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୦୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୮୪୧୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୮୪୨୬୨୩ସାମ୍ପୁଲ ଟେଷ୍ଟ୍ ହୋଇଛି ।

Spread the love