କୋର୍ଟରେ ଆତ୍ମସମର୍ପଣ କଲେ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ

ଖୋର୍ଦ୍ଧା ୮।୧୦: ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରା ଜଜ ଖୋର୍ଦ୍ଧାଙ୍କ କୋର୍ଟରେ ଆତ୍ମ ସମର୍ପଣ କରି ଜାମିନ ପାଇଁ ଆବେଦନ କରିଛନ୍ତି । ଗତ ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଥାନାରେ ବିଧାୟକ ଜଗଦେବଙ୍କ ନାମରେ ଏକ ମାମଲା ରୁଜ୍ଜୁ ହୋଇଥିଲା । ବିଧାୟକ ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ । ହାଇକୋର୍ଟ ପରାମର୍ଶ କ୍ରମେ ଶୁକ୍ରବାର ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲା ଦୌରାଜଜ୍ କୋର୍ଟରେ ଆବେଦନ କରିଥିଲେ। ବର୍ତ୍ତମାନ ବିଚାର ଚାଲିଛି। କୋର୍ଟ ପରିସର ଚଳଚଞ୍ଚଳ ରହିଛି। ବିଧାୟକଙ୍କ ସମର୍ଥକମାନେ କୋର୍ଟ ପରିସରରେ ପହଞ୍ଚିଛନ୍ତି ।

Spread the love