କୋଭିଡ ଯୋଦ୍ଧାଙ୍କ ବଳିଦାନ ବ୍ୟର୍ଥ ହେବାକୁ ଦେବୁନାହିଁ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫/୮: ଗତ ୫ ମାସ ଧରି ଓଡିଶା କୋଭିଡ ବିରୁଦ୍ଧରେ ଲଢେଇ ଜାରି ରହିଛି। ଏହି ଲଢେଇର ଆଗଧାଡିରେ ରହିଥିବା କୋଭିଡ ଯୋଦ୍ଧା ମାନଙ୍କ ତ୍ୟାଗ ଓ ଉତ୍ସର୍ଗୀକୃତ ସେବା ଯୋଗୁଁ ଆଜି ରାଜ୍ୟର କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୨୫ ହଜାରରେ ପହଞ୍ଚିଛି। ଏହାକୁ କୋଭିଡ ଯୁଦ୍ଧର ଏକ ମହତ୍ବପୂର୍ଣ୍ଣ ଘଟଣା ବୋଲି ବର୍ଣ୍ଣନା କରି ଏହାର ସବୁ ଶ୍ରେୟ କୋଭିଡ ଯୋଦ୍ଧା ଓ ଓଡିଶାବାସୀଙ୍କର ବୋଲି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ କହିଛନ୍ତି। ଜୀବନକୁ ବାଜି ଲଗାଇ ସେମାନେ ଯେପରି ସେବା କରିଚାଲିଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଶଂସା ମଧ୍ୟ କରିଛନ୍ତି।

ଆରୋଗ୍ୟଙ୍କ କରୋନା ରୋଗୀଙ୍କ ସଂଖ୍ୟା ୨୫ ହଜାରରେ ପହଞ୍ଚିଲା
ସହିଦ କୋଭିଡ ଯୋଦ୍ଧାଙ୍କୁ ନୀରବ ପ୍ରାର୍ଥନା ଜରିଆରେ  ଶ୍ରଦ୍ଧାଞ୍ଜଳି
ମୁଁ ଜିତିବି, ମୋ ଓଡିଶା ଜିତିବ ଏବଂ ମାନବ ଜାତି ବି ଜିତିବା ନେଇ ଶପଥ

ଏହି ଲଢେଇରେ ୨୫ ଜଣ କୋଭିଡ ଯୋଦ୍ଧା ସେମାନଙ୍କ ଜୀବନ ବଳିଦାନ ଦେଇ ସେବା, ତ୍ୟାଗ ଓ ମାନବିକତାର ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି । ସେହି ଯୋଦ୍ଧା ମାନଙ୍କର ଅମ୍ଲାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଆହ୍ବାନକ୍ରମେ ସାରା ରାଜ୍ୟ ଆଜି ସଂଧ୍ୟା ୬ଟାରେ ଏକ ମିନିଟ ନୀରବ ପ୍ରାର୍ଥନା କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି । ଏହି ନୀରବ ପ୍ରାର୍ଥନାରେ ସାରା ରାଜ୍ୟର ଜନସାଧାରଣ, ବିଭିନ୍ନ ଅଫିସ, ଅନୁଷ୍ଠାନର କର୍ମଚାରୀ ଭାଗ ନେଇ ଶହୀଦ କରୋନା ଯୋଦ୍ଧାଙ୍କ ପ୍ରତି ଜାତିର କୃତଜ୍ଞତା ଅର୍ପଣ କରିଛନ୍ତି ।

Spread the love