ଭୁବନେଶ୍ବରରେ ଦିନକରେ ୯୧୮ ଆକ୍ରାନ୍ତ ଚିହ୍ନଟ, ୧୧୦୨ ଜଣ ସୁସ୍ଥ

ଭୁବନେଶ୍ବର ୦୨/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୯୧୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୬୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୭୫୯ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୭୭,୬୭୬ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୬୬,୩୨୪ ଜଣ ସୁସ୍ଥ ହୋଇସାରିଛନ୍ତି । ୩୪୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ହଜାର ୯୮୮ ଆକ୍ଟିଭ୍ କେସ୍‌ ରହିଛି । ସେହିଭଳି ୧୧୦୨ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

Spread the love