ସ୍ଥଳଭାଗ ଛୁଇଁପାରେ ବାତ୍ୟା ‘ଆସାନି’

ଭୁବନେଶ୍ୱର:  ଦ ଜଏଣ୍ଟ ଟାଇଫୁନ୍ ୱାର୍ଣ୍ଣିଂ ସେଣ୍ଟର ବା ( JTWC) Joint Typhoon Warning Centerର ପୂର୍ବାନୁମାନ ଅନୁସାରେ, ବାତ୍ୟା ‘ଆସାନି’ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ଗୁଡ଼ିବାଡ଼ାରୁ ବିଶାଖାପାଟ୍ଟଣମ୍ ମଧ୍ୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି JTWC ।ଅନ୍ୟପଟେ ଆଇଏମଡିର (IMD)   ଆକଳନ ଅନୁସାରେ, ଆଜି ସନ୍ଧ୍ୟାରେ ‘ଆସାନି’ ଭୀଷଣ ବାତ୍ୟାରୁ ବାତ୍ୟାରେ ପରିଣତ ହେବ । ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଦକ୍ଷିଣ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ଗତି କରୁଛି । ବାତ୍ୟା ବର୍ତ୍ତମାନ ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୪୯୦ କିଲୋମିଟର ଏବଂ ପୁରୀ ଠାରୁ ଦକ୍ଷିଣ-ପଶ୍ଚିମ ଦିଗରେ ୫୭୦କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି।ଏହା ପଶ୍ଚିମ-କେନ୍ଦ୍ରୀୟ ଓ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଉତ୍ତର-ଆନ୍ଧ୍ର ଓ ଓଡ଼ିଶା ଉପକୂଳ ପହଞ୍ଚିବାର ସମ୍ଭାବନା ରହିଛି । ଓଡ଼ିଶା ଉପକୂଳ ହେବା ବେଳକୁ ବାତ୍ୟା ଗଭୀର ଅବପାତ କିମ୍ବା ଅବପାତରେ ପରିଣତ ହୋଇ ସାରିଥିବ ବୋଲି ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବାତ୍ୟା ଅତିକ୍ରମ କରିବା ସମୟରେ ଗୋପାଳପୁର ଠାରୁ ୭୮ କିମି ଏବଂ ପୁରୀ ଠାରୁ ୧୫୩ କିମି ଦୂରରେ ରହିବ । ‘ଆସାନି’ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ୭ରୁ ୧୧ ସେମି ବର୍ଷା ହେବାର ସମ୍ଭାବନା ରହିଛି।

Spread the love