ରାଜ୍ୟ କର୍ମଚାରୀଙ୍କୁ ନୂଆବର୍ଷ ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ସରକାରୀ କର୍ମଚାରୀଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି ରାଜ୍ୟ ସରକାର। ସେମାନଙ୍କ ମହଙ୍ଗା ଭତ୍ତା ବଢ଼ାଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରୀ କର୍ମଚାରୀ ଏବଂ ପେନସନଧାରୀଙ୍କ ପାଇଁ ମହଙ୍ଗା ଭତ୍ତା ବୃଦ୍ଧି କରାଯାଇଛି। ମହଙ୍ଗା ଭତ୍ତାକୁ ୪ ପ୍ରତିଶତ ବୃଦ୍ଧି କରାଯାଇଛି। ମହଙ୍ଗା ଭତ୍ତା ବଢ଼ିବା ଯୋଗୁ ଉଭୟ ସରକାରୀ କର୍ମଚାରୀ ଓ ପେନସନଭୋଗୀ ଉପକୃତ ହେବେ। ୨୦୨୨ ଜୁଲାଇ ପହିଲାରୁ ପିଛିଲା ଭାବେ ଲାଗୁ ହେବ ମହଙ୍ଗା ଭତ୍ତା। ଏହାପୂର୍ବରୁ ଦଶହରାରେ ସମୟରେ ମଧ୍ୟ ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ହୋଇଥିଲା । ସେ ସମୟରେ ୩% ମହଙ୍ଗା ଭତ୍ତା ବୃଦ୍ଧି କରିଥିଲେ । ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୧%ରୁ ୩୪%କୁ ବୃଦ୍ଧି ପାଇଥିଲା । ଆଉ ଏହାକୁ ଜାନୁଆରୀ ମାସରୁ ପିଛିଲା ଭାବରେ ଲାଗୁ କରାଯାଇଥିଲା ।

Spread the love