ଦାଦାବଟିକୁ କେନ୍ଦ୍ରକରି ଫୁଟିଲା ଗୁଳି। ପୁରୀରେ ଗତକାଲି ବିଳମ୍ବିତ ରାତିରେ ମହିଳାଙ୍କୁ ଗୁଳିମାଡ ହୋଇଛି। ଗୁଳିମାଡରେ ସକୁନ୍ତଳା ସାହୁ ନାମକ ଜଣେ ମହିଳା ଗୁରୁତର ଆହତ ହୋଇ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି।
କୁମ୍ଭାରପଡା ଥାନା ଅନ୍ତର୍ଗତ ନରେନ୍ଦ୍ରକୋଣ ଆଇଟିଆଇ ଛକଠାରେ ଏହି ଗୁଳିମାଡ ହୋଇଛି। ବିଜୁ ବେହେରା ନାମକ ଜଣେ ଯୁବକ ଦାଦାବଟିକୁ କେନ୍ଦ୍ର କରି ମହିଳାଙ୍କୁ ଗୁଳିମାଡ କରିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। କୁମ୍ଭାରପଡା ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ଅଧିକ ତଦନ୍ତ କରୁଛି। ପୂର୍ବରୁ ମଧ୍ୟ ସକୁନ୍ତଳାଙ୍କୁ ଦାଦାବଟି ମଗାଯାଇଥିଲା।
Post Views: 762