ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଡା. ଦାମ ରାଉତଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

ଭୁବନେଶ୍ୱର, ତା.୨୨/୦୩: ରାଜ୍ୟର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଡା.ଦାମୋଦର ରାଉତଙ୍କ ଆଜି ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଦେହାନ୍ତ ଘଟିଛି । ସ୍ୱର୍ଗତଃ ରାଉତ ପରଲୋକରେ ଓଡିଶା ଜଣେ ନିର୍ଭୀକ ଓ ସ୍ପଷ୍ଟବାଦୀ ନେତାଙ୍କୁ ହରାଇଛି । ରାଜ୍ୟ ରାଜନୀତିରେ ସ୍ୱର୍ଗତ ରାଉତଙ୍କ ସ୍ଥାନ ଅପୂରଣୀୟ । ସ୍ୱର୍ଗତଃ ରାଉତଙ୍କ ବିୟୋଗ ସହ ଓଡ଼ିଶା ରାଜନୀତିର ଏକ ଦୀର୍ଘ ଅଧ୍ୟାୟର ଅନ୍ତ ଘଟିଛି । ସ୍ୱର୍ଗତଃ ରାଉତଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ସ୍ୱର୍ଗତଃ ରାଉତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।

Spread the love