ବନକ ଲାଗି ନୀତି ପାଇଁ 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ମହାପ୍ରଭୁଙ୍କ ବନକ ଲାଗି ନୀତି ପାଇଁ ଆଜି 4 ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ମାଘ ଶୁକ୍ଳ ଅଷ୍ଟମୀ ତିଥିରେ ଶ୍ରୀଜିଉଙ୍କ ବନକଲାଗି ବା ଶ୍ରୀମୁଖ ସିଂହାର ନୀତି ଅନୁଷ୍ଠିତ ହେବ । ଏଣୁ ଅପରାହ୍ନ ୫ଟା ରୁ ରାତି ୯ଟା ଯାଏଁ ମହାପ୍ରଭୁଙ୍କ ସର୍ବ ସାଧାରଣଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

Spread the love