ହକି ଇଣ୍ଡିଆ ସଭାପତି ହେଲେ ଦିଲ୍ଲୀପ ତିର୍କୀ

ଭୁବନେଶ୍ୱର, ୨୩/୦୯: ହକି ଇଣ୍ଡିଆର ସଭାପତି ହେଲେ ପଦ୍ମଶ୍ରୀ ଦିଲୀପ ତିର୍କୀ । ନିର୍ଦ୍ୱନ୍ଦ୍ୱରେ ଦିଲୀପ ତିର୍କୀ ଏହି ପଦ ପାଇଁ ନିର୍ବାଚିତ ହୋଇଛନ୍ତି । ଶୁକ୍ରବାର ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ଥିବା ବେଳେ ଅନ୍ୟ କେହି ଏହି ପଦ ପାଇଁ ଆବେଦନ କରି ନଥିଲେ । ଫଳରେ ବିନା କୌଣସି ପ୍ରତିଦ୍ୱନ୍ଦ୍ୱିତାରେ ସଭାପତି ନିର୍ବାଚିତ ହୋଇଛନ୍ତି।  ଏହା ପୂର୍ବରୁ ଭାରତର ପୂର୍ବତନ ହକି ଅଧିନାୟକ ଦିଲୀପ ତିର୍କୀ ରବିବାର ହକି ଇଣ୍ଡିଆର ସଭାପତି ପଦ ପାଇଁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ । ଦିଲୀପ ତିର୍କୀ ଟ୍ୱିଟରରେ ଏକ ଫଟୋ ସେୟାର କରି ସୂଚନା ଦେଇଥିଲେ।  ଭାରତୀୟ ହକିର ମହାନ ଖେଳାଳିଙ୍କ ମଧ୍ୟରୁ ଦିଲୀପ ତିର୍କୀ ଅନ୍ୟତମ । ସେ ଦୀର୍ଘ ୧୫ ବର୍ଷର ଆନ୍ତର୍ଜାତୀୟ କ୍ୟାରିୟରରେ ୪୧୨ଟି ମ୍ୟାଚ ଖେଲିଛନ୍ତି । ଚଳିତ ବର୍ଷ ଅଗଷ୍ଟରେ ହକି ଇଣ୍ଡିଆ ନିର୍ବାଚନ ପରିଚାଳନା ପାଇଁ ଅଜୟ ନାୟକଙ୍କୁ ରିଟର୍ଣ୍ଣିଂ ଅଫିସର ଭାବରେ ନିଯୁକ୍ତ କରାଯାଇଥିଲା । ବିହାର ସରକାରଙ୍କ ପୂର୍ବତନ ମୁଖ୍ୟ ନିର୍ବାଚନ ଅଧିକାରୀ ହେଉଛନ୍ତି ଅଜୟ ନାୟକ ।

 

Spread the love