ଦ୍ୱିତୀୟ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା ଜାରି

ଆଠଗଡ, ୦୧|୧୧: ମହା କାର୍ତ୍ତିକ ମାସର ଆଜି ହେଉଛି ଦ୍ଵିତୀୟ ସୋମବାର। ଏହି ଦିନ ଦେବଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହିତ ମାନସିକ ଶାନ୍ତି ମିଳିଥାଏ ।

ଚଳିବର୍ଷ କାର୍ତ୍ତିକ ମାସର ପ୍ରଥମ ସୋମବାର ପରି ଦ୍ୱିତୀୟ ସୋମବାରରେ ମଧ୍ୟ ଧବଳେଶ୍ଵରଙ୍କୁ ଦର୍ଶନ କରିପାରିବେନି ଭକ୍ତ। କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ଚଳିତ କାର୍ତ୍ତିକ ମାସର ଦ୍ଵିତୀୟ ସୋମବାରକୁ ୧୪୪ଧାରା ଜାରି କରିଛି ଆଠଗଡ଼ ପ୍ରଶାସନ । ଭୋର ୪ଟାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ ଏହି ସମୟରେ ପୂର୍ବ ନିର୍ଦ୍ଧାରିତ ରୀତିନୀତି ଚାଲୁ ରହିବ ବୋଲି ପୂଜକ ସେମିତି ଏବଂ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି ।

ରାଜ୍ୟ ସରକାରଙ୍କ କୋଭିଡ କଟକଣାକୁ ଆଖି ଆଗରେ ରଖି ସମସ୍ତ କାର୍ତ୍ତିକ ବ୍ରତଧାରୀ ଓ ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ପୀଠକୁ ନ ଆସିବାକୁ ବାରଣ କରାଯାଇଛି । ପୀଠରେ ୧୪୪ ଧାରା ଲାଗୁ କରାଯାଇଥିବାରୁ ମନ୍ଦିର ଗୁଡିକରେ ଖାଁ ଖାଁ ପରିବେଶ ସୃଷ୍ଟି ହୋଇଛି। ଅନ୍ୟ ପଟେ ପୂଜକ ସମିତି ପକ୍ଷରୁ ଭୋର୍ ୪ଟାରୁ ପହଡ ଖୋଲାଯିବା ପରେ ସୁବାସିତ ୧୦୮ ଜଳରେ ବାବାଙ୍କୁ ସ୍ନାନ ପରେ ମଙ୍ଗଳାଆଳତୀ, ସକାଳ ଧୂପ , ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି।

Spread the love