ଧୈର୍ଯ୍ୟ ଓ ସାହସର ସହ ବାତ୍ୟାକୁମୁକାବିଲା କରିବା ପାଇଁଜନସାଧାରଣଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ‘ଜୱାଦ୍‌’ ପାଇଁ ପ୍ରଶାସନ ଦ୍ୱାରା ଜାରୀ ହୋଇଥିବା ସତର୍କ ସୂଚନାକୁ ପାଳନ କରିବା ସହ ଧୈର୍ଯ୍ୟ ଓ ସାହସର ସହ ବାତ୍ୟାର ମୁକାବିଲା କରିବା ପାଇଁ ପ୍ରଭାବିତ ଜିଲ୍ଲାବାସୀଙ୍କୁ ଟ୍ୱିଟ୍ ଜରିଆରେ ଅନୁରୋଧ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ଭାରତ ସରକାର ସମ୍ଭାବ୍ୟ ବାତ୍ୟା ‘ଜୱାଦ’ର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ପ୍ରଧାନମନ୍ତ୍ରୀଜୀଙ୍କ ଅଧ୍ୟକ୍ଷତାରେ ବାତ୍ୟା ପାଇଁ ଅନୁଷ୍ଠିତ ପ୍ରସ୍ତୁତି ସମୀକ୍ଷା ବୈଠକରେ ଓଡ଼ିଶା ସମେତ ପ୍ରଭାବିତ ଅଂଚଳର ନାଗରିକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତରଣ କରିବା ଉପରେ ଗୁରୁତ୍ୱ ଦିଆଯାଇଛି । ବାତ୍ୟାର ମୁକାବିଲା ପାଇଁ ସମସ୍ତ ମନ୍ତ୍ରଣାଳୟ ଏବଂ ସଂସ୍ଥା ଗୁଡ଼ିକ ମିଳିତ ଭାବେ କାମ କରିବା ପାଇଁ ପ୍ରସ୍ତୁତ ଅଛନ୍ତି । ବାତ୍ୟା ସମୟରେ ବିଦ୍ୟୁତ୍ ଯୋଗାଣ, ଟେଲି ଯୋଗାଯୋଗ, ବିଶୁଦ୍ଧ ପାନୀୟ ଜଳ ସହ ଅତ୍ୟାବଶ୍ୟକ ସାମଗ୍ରୀ ଆଦି ବିଭିନ୍ନ ଜରୁରୀ ସେବାକୁ ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ପ୍ରାକୃତିକ ବିପତି ସମୟରେ ଓଡ଼ିଶାର ଭାଇ ଭଉଣୀ ଓ ଗୁରୁଜନମାନଙ୍କୁ ଅନୁରୋଧ, ସମସ୍ତେ ପ୍ରଶାସନ ଦ୍ୱାରା ଜାରୀ କରାଯାଇଥିବା ସତର୍କ ସୂଚନାକୁ ପାଳନ କରିବା ଏବଂ ଧୈର୍ଯ୍ୟ ଓ ସାହସର ସହ ବାତ୍ୟାକୁ ମୁକାବିଲା କରିବା । ‘ଜୱାଦ୍‌’ ପ୍ରଭାବରେ କାହାର କୌଣସି କ୍ଷତି ନ ହେଉ, ଏହା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ।

Spread the love