୧୮ରେ ନବରଙ୍ଗପୁର କଲେଜର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ଡିସେମ୍ବର ୧୬- ଆସନ୍ତା ଡିସେମ୍ବର ୧୮ ତାରିଖରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନବରଙ୍ଗପୁର ଜିଲ୍ଲା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି ।ଶ୍ରୀ ପ୍ରଧାନ ଆସନ୍ତାକାଲି ଭୁବନେଶ୍ୱରରେ ପହଞ୍ଚିବା ପରେ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲା ଗସ୍ତ କରିବେ । ନବରଙ୍ଗପୁର କଲେଜର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ । ଏହା ବ୍ୟତିତ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ସହ ଶିକ୍ଷା ଓ ଦକ୍ଷତା ବିକାଶ ସହ ଜଡ଼ିତ ବିଭିନ୍ନ ବିଷୟରେ ସୀମାକ୍ଷା କରିବାର କାର୍ଯ୍ୟକ୍ରମ ରହିଛି ।

Spread the love