୪ଟି ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ : -ଧର୍ମେନ୍ଦ୍ର

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୭ରେ ପଶ୍ଚିମବଙ୍ଗ ଗସ୍ତରେ ଆସି ହଳଦିଆ ଠାରେ ଏକ ବିଶାଳ କାର୍ଯ୍ୟକ୍ରମରେ ଯୋଗଦେଇ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ଓ ସଡ଼କ ପରିବହନ ବିଭାଗର ମୋଟ୍ ୪ ହଜାର ୭୦୦ କୋଟିରୁ ଉର୍ଦ୍ଧ୍ୱ ମୂଲ୍ୟର ୪ଟି ବିକାଶମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ବୋଲି ରବିବାର ପଶ୍ଚିମବଙ୍ଗ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ବିସ୍ତୃତ ସୂଚନା ଦେଇଛନ୍ତି  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ କହିଛନ୍ତି ଯେ, ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ପଶ୍ଚିମବଙ୍ଗ ସମେତ ପୂର୍ବ
ଭାରତର ସାମଗ୍ରିକ ବିକାଶକୁ ସର୍ବାଧିକ ପ୍ରାଥମିକତା ଦେଉଛନ୍ତି । ଏହି ପରିପ୍ରେକ୍ଷୀରେ ଆସନ୍ତା ୭ ତାରିଖରେ
ପ୍ରଧାନମନ୍ତ୍ରୀ ୩ଟି ପ୍ରକଳ୍ପ ଯଥା ୩୪୭ କିଲୋମିଟର ଲମ୍ବ ଧୋବି-ଦୁର୍ଗାପୁର ପ୍ରାକୃତିକ ଗ୍ୟାସ ପାଇପଲାଇନ, ଭାରତ ପେଟ୍ରୋଲିୟମ କର୍ପୋରେସନ(ବିପିସିଏଲ) ଦ୍ୱାରା ନିର୍ମିତ ଏଲପିଜି ଇମ୍ପୋର୍ଟ ଟର୍ମିନାଲ, ଜାତୀୟ
ରାଜପଥ- ୪୧ର ହଳଦିଆର ରାଣୀଛକ ଠାରେ ୪ ଲେନ୍ ବିଶିଷ୍ଟ ଆରଓବି-କମ୍‌-ଫ୍ଲାଏ ଓଭରର ଲୋକାର୍ପଣ କରିବା ସହ ଭାରତୀୟ ତୈଳ ନିଗମର(ଆଇଓସିଏଲ) ହଳଦିଆ ରିଫାଇନାରୀର ଦ୍ୱିତୀୟ କାଟାଲିଟିକ୍ ଡ଼ିୱାକ୍ସିଂ ୟୁନିଟର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି ।

ଏ ସମ୍ପର୍କରେ ବିସ୍ତୁତ ତଥ୍ୟ ଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦି ଦେଶରେ ଶାସନ ଦାୟିତ୍ୱରେ ରହିବା ପରେ ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତି କରିବାର ଲକ୍ଷ୍ୟ ରଖିଛନ୍ତି । ଏହି ପଶ୍ଚିମବଙ୍ଗ  ଗସ୍ତ ଅବସରରେ ପ୍ରଧନମନ୍ତ୍ରୀ ୩୪୭ କିଲୋମିଟର ଲମ୍ବ ଧୋବି-ଦୁର୍ଗାପୁର ପ୍ରାକୃତିକ ଗ୍ୟାସ ପାଇପଲାଇନର ଲୋକାର୍ପଣ କରିବେ । ଫଳରେ ପଶ୍ଚିମବଙ୍ଗରେ ପ୍ରଥମ ଥର ପାଇଁ ପାଇପରେ ଗ୍ୟାସ ଆସିବ । ଏହି ଧୋବି-ଦୁର୍ଗାପୁର ଗ୍ୟାସ୍ ପାଇପଲଇନ  ପ୍ରଧାନମନ୍ତ୍ରୀ ଉର୍ଜା ଗଙ୍ଗା ପ୍ରକଳ୍ପର ମହତ୍ୱକାଂକ୍ଷୀ ପ୍ରକଳ୍ପ । ଏହି ପାଇପଲାଇନ ୨୪୩୩ କୋଟି ବ୍ୟୟରେ ଗେଲ୍ ଦ୍ୱାରା ନିର୍ମାଣ କରାଯାଇଛି। ଏହି ପ୍ରକଳ୍ପ ମଧ୍ୟରେ ୧୫ ଲକ୍ଷ ମାନବ ଦିବସ ରୋଜଗାର ସୃଷ୍ଟି କରାଯାଇଛି । ଏହି ପାଇପଲାଇନ ଝାଡ଼ଖଣ୍ଡର ହର୍ଲ ସିନ୍ଦରି ସାର କାରଖାନାର ପନଃଉଦ୍ଧାର କରିବା ସହ ଏହି ପ୍ଲାଟ୍ ସମେତ ଶିଳ୍ପ, ବାଣିଜ୍ୟିକ ଏବଂ ଅଟୋମୋବାଇଲ କ୍ଷେତ୍ର ତଥା ଆଖପାଖର ପ୍ରମୁଖ ସହରକୁ ଗ୍ୟାସ ଯୋଗାଇବ ।

ସେହିପରି ପଶ୍ଚିମବଙ୍ଗ ଏବଂ ପୂର୍ବ ଭାରତର ଏଲପିଜି ଆବଶ୍ୟକତାକୁ ପୂରଣ କରିବା ପାଇଁ ପଶ୍ଚିମବଙ୍ଗରୁ ବିପିସିଏଲ ଦ୍ୱାରା ହଳଦିଆ ଠାରେ ୧୦୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏଲପିଜି ଇମ୍ପୋର୍ଟ ଟର୍ମିନାଲର ଲୋକାର୍ପଣ କରାଯିବ । ଏହି ଏଲପିଜି ଟର୍ମିନାଲ ପୂର୍ବାଂଚଳରେ ଏଲପିଜିର ବଢ଼ୁଥିବା ଚାହିଦାକୁ ପୂରଣ କରିବ ଏବଂ ପ୍ରତ୍ୟେକ ପରିବାରକୁ ସ୍ୱଚ୍ଛ ରନ୍ଧନ ଏଲପିଜି ଯୋଗାଇବା ପାଇଁ ଥିବା ପ୍ରଧାନମନ୍ତ୍ରୀଙ୍କ ଲକ୍ଷ୍ୟକୁ ପୂରଣ କରିବାରେ ସାହାଯ୍ୟ କରିବ । ସମଗ୍ର ଭାରତବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମହତ୍ୱକାଂକ୍ଷୀ ଉଜ୍ଜଳା ଯୋଜନାରେ ୮କୋଟିରୁ ଉର୍ଦ୍ଧ୍ୱ ଗ୍ୟାସ ସଂଯୋଗ ହୋଇଥିବା ବେଳେ କେବଳ ପଶ୍ଚିମବଙ୍ଗରେ ଏହି ୮ କୋଟିର ୧୧ ପ୍ରତିଶତ ଅର୍ଥାତ୍ ୮୮ ଲକ୍ଷ ୫୧ ହଜାର ଗ୍ୟାସ ସଂଯୋଗ ହୋଇଥିବା ଶ୍ରୀ ପ୍ରଧାନ ପ୍ରକାଶ କରିଥିଲେ । ଏହାବ୍ୟତିତ ଲୋକାର୍ପିତ ହେବାକୁ ଥିବା ଜାତୀୟ ରାଜପଥ- ୪୧ର ହଳଦିଆ ସ୍ତିତ ରାଣୀଛକ ଠାରେ ୪ ଲେନ୍‌ବ୍ବିଶିଷ୍ଟ ଆରଓବି-କମ୍‌- ଫ୍ଲାଏଓଭର ପାଇଁ ୧୯୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏହି ଫ୍ଲାଏ ଓଭରର କାର୍ଯ୍ୟକ୍ଷମ ହେବା ଦ୍ୱାରା କୋଲାଘାଟରୁ ହଳଦିଆ ଡକ୍ କମ୍ପେ୍ଲକ୍ସ ଏବଂ ଅନ୍ୟାନ୍ୟ ଆଖପାଖ ଅଂଚଳରେ ଟ୍ରାଫିକ୍‌ ଭିଡ ନିୟବଣ ସହ ଯାତାୟାତ ସହଜ ହେବ । ଏହାସହ ଯାତାୟତ ଏବଂ ଭାରୀ ଯାନଗୁଡିକର ପରିବହନ ଖର୍ଚ୍ଚମଧ୍ୟ ସଂଚୟ ହେବ ।ଅପରପକ୍ଷରେ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଅଏଲର ହଳଦିଆ ରିଫାଇନାରୀର ଦ୍ୱିତୀୟ କାଟାଲିଟିକ୍ ଡ଼ିୱାକ୍ସିଂ ୟୁନିଟର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଏହା ଦ୍ୱାରା ଏହି ରିଫାଇନାରୀରେ ୧ ହଜାର ୨୦ ଲକ୍ଷ କୋଟି ଟଙ୍କା ବ୍ୟୟରେ ବାର୍ଷିକ ୨୭୦ ମିଲିୟନ ମେଟ୍ରିକ୍ ଟନ ଉତ୍ପାଦନ କ୍ଷମତା ବିଶିଷ୍ଟ ଗ୍ରୁପ ୩ ଲ୍ୟୁବ୍ ଅଏଲ୍ ବେସ୍ ଷ୍ଟକ୍‌(ଏଲଓବିଏସ) ଉତ୍ପାଦନ କରାଯିବ । ଭାରତରେ ଏଭଳି ତୈଳ ଉତ୍ପାଦନ କରାଯିବାର ପ୍ରଥମ ହେବ । ଥରେ କାର୍ଯ୍ୟକ୍ଷମ ହେଲେ ଏହା ଆଞଗନିର୍ଭର ଭାରତ ଦିଗରେ ବିଦେଶରୁ ତୈଳ ଆମଦାନୀ ହ୍ରାସ କରିବାରେ ବଡ଼ଭୂମିକା ଗ୍ରହଣ କରିବ ତଥା ୭୦ ପ୍ରତିଶତ ଏହି ତୈଳ ଆମଦାନୀର ୮ ପ୍ରତିଶତ ହ୍ରାସ କରିବ । ଏହା ଦ୍ୱାରା ବିଦେଶୀ ମୁଦ୍ରାରେ ୧୮୫ମିଲିୟନ ୟୁଏସଡ଼ି ସଂଚୟ ହୋଇପାରିବ । ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପିତ ହେବାକୁ ଥିବା ଏହି ପ୍ରକଳ୍ପ ଗୁଡିକ ପ୍ରଧାନମବୀ ମୋଦିଙ୍କ ପୂର୍ବୋଦୟ ପରକିଳ୍ପନାରେ ପୂର୍ବ ଭାରତ ବିକାଶର ପ୍ରାଥମିକତାକୁ ସୂଚାଉଛି । ପୂର୍ବ ଭାରତକୁ ଭାରତ ସହ ସାମଗ୍ରିକ ବିକାଶ ଆଣିବା ପାଇଁ ମିଶନ ମୋଡରେ କାର୍ଯ୍ୟକାରୀ ହେଉଛି । ଏହି ପ୍ରକଳ୍ପ ଗୁଡ଼ିକ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ରୋଜଗାର ମାଧ୍ୟମରେ ଯୁବକମାନଙ୍କ ପାଇଁ ସୁଯୋଗ ସୃଷ୍ଟି କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

Spread the love