ସକରାତ୍ମକ ଭାବନା ରଖୁଥିବା ଅଜିତ୍ ମଙ୍ଗରାଜଙ୍କବିୟୋଗ ଓଡ଼ିଶା ପାଇଁ ଅପୂରଣୀୟ କ୍ଷତି – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ଏପ୍ରିଲ ୧୪ – ପିପିଲି ଉପନିର୍ବାଚନରେ କଂଗ୍ରେସ ଦଳର ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିବା ସହ ଭୁବନେଶ୍ୱର ଠାରେ ଏକ ଘରୋଇ ହସ୍ପିଟାଲରେ ଶୋକସନ୍ତପ୍ତ ପରିବାରର ସଦସ୍ୟଙ୍କୁ ଭେଟି ଗଭୀର ସମବେଦନା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ କହିଛନ୍ତି ଯେ ପିପିଲି ଉପନିର୍ବାଚନରେ କଂଗ୍ରେସ ଦଳର ପ୍ରାର୍ଥୀ ଅଜିତ୍ ମଙ୍ଗରାଜଙ୍କ ବିୟୋଗ ଖବର ଶୁଣି ଦୁଃଖିତ ଓ ମର୍ମାହତ । ବିଶେଷ ଭାବରେ ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ତାଙ୍କର ଦେହାନ୍ତ ଘଟିବା ଅତ୍ୟନ୍ତ ଦୁଃଖଦାୟକ ଓ ଅବିଶ୍ୱାସନୀୟ । ତାଙ୍କ ଭଳି ସକରାତ୍ମକ ଭାବନା ରଖୁଥିବା ନେତୃତ୍ୱଙ୍କ ବିୟୋଗ ହେବା ଓଡ଼ିଶା ପାଇଁ ଅପୂରଣୀୟ କ୍ଷତି । ରାଜନୈତିକ ଜୀବନରେ ତାଙ୍କର ଅବଦାନ ସ୍ମରଣୀୟ ହୋଇରହିବ । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି । ଏହି କଠିନ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଶୋକସନ୍ତପ୍ତ ପରିବାର ବର୍ଗକୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।

Spread the love