ଭାରତ ସରକାରଙ୍କ ନିର୍ଣ୍ଣୟ ଓଡ଼ିଶାର ଅନନ୍ୟ, ଐତିହ୍ୟ ଓ ସାଂସ୍କୃତିକ ଚିହ୍ନକୁ ବିଶ୍ୱ ଦରବାରରେ ଉପସ୍ଥାପିତ କରିବ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, ୨୨/୦୪: ଇନଟାଞ୍ଜିବଲ କଲଚରାଲ ହେରିଟେଜ୍ ତାଲିକାରେ ଭାରତ ସରକାର ଓଡ଼ିଶାର ୩ଟି ସାଂସ୍କୃତିକ ପରମ୍ପରାକୁ ସାମିଲ କରିଥିବାରୁ ଏହି ଐତିହାସିକ ନିର୍ଣ୍ଣୟ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲକୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ  ଭାରତ ସରକାରଙ୍କ ଏହି ନିର୍ଣ୍ଣୟ ଓଡ଼ିଶାର ଅନନ୍ୟ, ଐତିହ୍ୟ ଓ ସାଂସ୍କୃତିକ ଚିହ୍ନକୁ ବିଶ୍ୱ ଦରବାରରେ ଉପସ୍ଥାପିତ କରିବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ କରି କହିଛନ୍ତି ।

ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ, ଇନଟାଞ୍ଜିବଲ କଲଚରାଲ ହେରିଟେଜ୍ ତାଲିକାରେ ଓଡ଼ିଶାର ୩ଟି ମହାନ୍ ସାଂସ୍କୃତିକ ପରମ୍ପରାକୁ ଭାରତ ସରକାର ସାମିଲ କରିଛନ୍ତି । ମାଣବସା ଗୁରୁବାର, ଛଉ ନୃତ୍ୟ ଏବଂ ରାବଣ ଛାୟାକୁ ଏହି ତାଲିକାରେ ସାମିଲ କରାଯାଇଛି ବୋଲି ଶ୍ରୀ ପ୍ରଧାନ ଟ୍ୱିଟ କରିଛନ୍ତି ।

Spread the love