କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା

ଭୁବନେଶ୍ୱର: କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନା । ତେଣୁ ଗତ କ୍ୟାବିନେଟ୍ ବୈଠକରେ ମଧ୍ୟ ଯୋଗ ଦେଇନଥିଲେ । ଏନେଇ ଜାତୀୟ ଗଣମାଧ୍ୟମ ଇଣ୍ଡିଆ ଟୁଡେରେ ଖବର ପ୍ରକାଶ ପାଇଛି । କରୋନା ପଜିଟିଭ୍‌ ରିପୋର୍ଟ ଆସିବା ପରେ ଧର୍ମେନ୍ଦ୍ର ହରିୟାନାର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ୫୧ ବର୍ଷୀୟ ଧର୍ମେନ୍ଦ୍ର ଦ୍ୱିତୀୟ କେନ୍ଦ୍ରମନ୍ତ୍ରୀଭାବେ କରୋନା ଆକ୍ରାନ୍ତ ହୋଇଛନ୍ତି । ଧର୍ମେନ୍ଦ୍ରଙ୍କ ଟ୍ୱିଟର ହ୍ୟାଣ୍ଡଲରୁ ଏନେଇ କୌଣସି ସୂଚନା ଦିଆଯାଇ ନାହିଁ ।

ଏହା ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହାନ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା, କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଧରମେୟା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।

Spread the love