ସାଲେପୁର ଓ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ ହଟିଲା କଣ୍ଟେନମେଣ୍ଟ

କଟକ ଜିଲ୍ଲାର ସାଲେପୁର ଓ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣାକୁ ହଟାଇ ଦିଆଯାଇଛି। ସାଲେପୁର ତହସିଲ ମିର୍ଜାପୁର ପଞ୍ଚାୟତ ୧୨ ଓ ୧୩ ନମ୍ବର ୱାର୍ଡରୁ କଣ୍ଟେନମେଣ୍ଟ ହଟାଯାଇଥିବା ବେଳେ ନିଶ୍ଚିନ୍ତକୋଇଲି ତହସିଲ ଜୟରାମପୁର ପଞ୍ଚାୟତ ୧ ନମ୍ବର ୱାର୍ଡରୁ ବି ଏହି କଟକଣାକୁ ହଟାଇ ଦିଆଯାଇଛି। ଏପ୍ରିଲ୍‌ ୫ ତାରିଖ ଠାରୁ ଏଠାରେ କଣ୍ଟେନମେଣ୍ଟ କଟକଣା ଲାଗୁ କରାଯାଇଥିଲା। ତେବେ ଏସବୁ ସ୍ଥାନରେ ଏବେ ଲକ୍‌ଡାଉନ୍ କଟକଣା ବଳବତ୍ତର ରହିବ। ସିଡିଏମ୍‌ଓ ଓ ଉଭୟ ତହସିଲଦାରଙ୍କ ରିପୋର୍ଟ ମିଳିବା ପରେ ଜିଲ୍ଲା ପ୍ରଶାସନ ଏସବୁ ଅଞ୍ଚଳରୁ କଣ୍ଟେନ୍‌ମେଣ୍ଟ କଟକଣା ହଟାଇ ଦେଇଛନ୍ତି। ଏସମସ୍ତ ଅଞ୍ଚଳରେ କରୋନା ବ୍ୟାପି ନଥିବା ନେଇ ରିପୋର୍ଟ ପ୍ରଦାନ କରାଯାଇଛି। ଏହି ସ୍ଥାନଗୁଡ଼ିକରୁ ସଂଗ୍ରହ କରାଯାଇଥିବା ସମସ୍ତ ସାମ୍ପଲର ରିପୋର୍ଟ ନେଗେଟିଭ୍ ଆସିଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ଜିଲ୍ଲାର ପଟ୍ଟାପୋଲ ଅଞ୍ଚଳରୁ କଣ୍ଟେନ୍‌ମେଣ୍ଟ କଟକଣାକୁ ଉଠାଇ ଦିଆଯାଇଥିଲା।

Spread the love