ଦୀପାବଳି : ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୦୪/୧୧: ଗୁରୁବାର ଆଲୋକର ପର୍ବ ଦୀପାବଳି । ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉ ବୋଲି ସେ କହିଛନ୍ତି ।ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ଯେ,  ମା’ କାଳୀଙ୍କ ପୂଜା ଓ ଦୀପାବଳିର ପବିତ୍ର ଅବସରରେ ସମସ୍ତଙ୍କୁ  ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ସାବଧାନତା ଓ ସତର୍କତା ବଜାୟ ରଖି ଉତ୍ସବରେ ସାମିଲ ହେବାକୁ ସେ ପରାମର୍ଶ ଦେଇଛନ୍ତି। ଆହୁରି ମଧ୍ୟ ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ ଓ ସମୃଦ୍ଧି ଭରିଦେଉବୋଲି ସେ କହିଛନ୍ତି ।

Spread the love