ଲକଡାଉନ ପ୍ରଭାବରୁ ଚାଷୀଙ୍କୁ ଉଦ୍ଧାର କରିବାକୁ ରାଜ୍ୟ ସରକାର ନେଉଛନ୍ତି ପଦକ୍ଷେପ : ମନ୍ତ୍ରୀ ଅରୁଣ ସାହୁ

ଭୁବନେଶ୍ୱର, ୯/୦୪: କରୋନା ଲକ ଡାଉନର ପ୍ରଭାବ କ୍ଷତି ସହି ଆସୁଥିବା ଚାଷୀଙ୍କ ଉପରେ ସର୍ବାଧିକ ପଡିଛି । ଯାହାକି ଚାଷୀଙ୍କ ଆର୍ଥିକ ସ୍ଥିତିକୁ ଦୋହଲାଇ ଦେଇଛି । ଆଉ ସଳଖି ହୋଇ ଠିଆ ହେବାପାଇଁ ଦମ୍ଭ ବି ନାହିଁ । ଗତକାଲି ଅପରାହ୍ନରେ ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରାଳୟ ଦ୍ୱାରା ଆୟୋଜିତ ଭିଡ଼ିଓ କନ୍ଫରେନ୍ସିଂଗ ବୈଠକରେ ରାଜ୍ୟର କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗ ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ ଯୋଗ ଦେଇ କରୋନା ସଂକ୍ରମଣ ମୁକାବିଲା ଉଦ୍ଧେଶ୍ୟରେ ସାରା ଦେଶରେ ଜାରି ହୋଇଥିବା ଲକଡାଉନ ସମୟରେ ରାଜ୍ୟର ସାମ୍ପ୍ରତିକ କୃଷି ପରିସ୍ଥିତି ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଏହାର ମୁକାବିଲା ନିମନ୍ତେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ।

ସେହିପରି କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ସିଂ ତୋମାର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଭିଡ଼ିଓ କନ୍ଫରେନ୍ସିଂଗ ରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର କୃଷି ମନ୍ତ୍ରୀ ଓ ବରିଷ୍ଠ ଅଧିକାରୀ ମାନେ ଭାଗ ନେଇଥିବାବେଳେ ଓଡ଼ିଶା ସରକାରଙ୍କ କୃଷି ଉତ୍ପାଦନ କମିଶନର ଶ୍ରୀ ପ୍ରଦୀପ୍ତ କୁମାର ମହାପାତ୍ର, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡଃ ସୌରଭ ଗର୍ଗ , କୃଷି ଓ ଖାଦ୍ୟ ଉତ୍ପାଦନର ନିର୍ଦେଶାଳୟର ନିର୍ଦେଶକ ଡ଼ଃ ଏମ.ମୁଥୁକୁମାର ପ୍ରମୁଖ ଯୋଗ ଦେଇଥିଲେ।

Spread the love