ପୂର୍ବତଟ ରେଳପଥ ଦ୍ୱାରା ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ପରିସୀମା ଅନ୍ତର୍ଗତ ସମ୍ମାନୀୟ ସାଂସଦ ମାନଙ୍କ ସହିତ ରେଳମଣ୍ଡଳ ସ୍ତରୀୟ ବୈଠକ

ରେଳବାଇ ବିଷୟବସ୍ତୁ ସମ୍ବନ୍ଧରେ ଆଜି ଭୁବନେଶ୍ୱର ଠାରେ ପୂର୍ବତଟ ରେଳପଥ ପକ୍ଷରୁ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳ ପରିସୀମା ଅନ୍ତର୍ଗତ ସମ୍ମାନୀୟ ସାଂସଦ ମାନଙ୍କ ସହିତ ରେଳମଣ୍ଡଳ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଅଛି I ସମ୍ମାନନୀୟ ସାଂସଦ  ଭର୍ତ୍ତୃହରି ମହତାବ, ଚନ୍ଦ୍ରଶେଖର ସାହୁ, ମହେଶ ସାହୁ, ପିନାକୀ ମିଶ୍ର, ଚନ୍ଦ୍ରାଣୀ ମୁର୍ମୁ, ମଞ୍ଜୁଲତା ମଣ୍ଡଳ, ପ୍ରମିଳା ବିଶୋଇ, ଶର୍ମିଷ୍ଠା ସେଠୀ ଏବଂ ଡ଼. ରାଜଶ୍ରୀ ମଲ୍ଲିକ ପ୍ରମୁଖ ଏହି ବୈଠକ ରେ ଯୋଗଦାନ କରିଥିଲେ I ପୂର୍ବତଟ ରେଳପଥ ର ମହାପ୍ରବନ୍ଧକ ଶ୍ରୀ ବିଦ୍ୟା ଭୂଷଣ ଙ୍କ ସହିତ ପୂର୍ବତଟ ରେଳପଥର ପ୍ରମୁଖ ବିଭାଗୀୟ ଅଧିକାରୀ ଏବଂ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ଶଶୀକାନ୍ତ ସିଂହ ଏହି ବୈଠକ ରେ ମଧ୍ୟ ଉପସ୍ଥିତ ଥିଲେ I ବହୁ ଗଠନମୂଳକ ଚିନ୍ତାଧାରା, ମୂଲ୍ୟବାନ ଉପଦେଶ ଏବଂ ରେଳବାଇ ସମ୍ବନ୍ଧରେ ସାର୍ବଜନୀନ ଦାବିଗୁଡିକ ସମ୍ମାନୀୟ ସାଂସଦ ମାନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିଲା I ଏଗୁଡିକ ହେଲା – ରେଳବାଇ ନେଟୱର୍କର ଉନ୍ନତିକରଣ ପ୍ରସଙ୍ଗ, ଜନସାଧାରଣଙ୍କ ଆକାଂକ୍ଷା ଓ ଦାବି ଏବଂ ପୂର୍ବତଟ ରେଳପଥର କାର୍ଯ୍ୟ ପ୍ରଣାଳୀ ସମ୍ବନ୍ଧରେ ସମୀକ୍ଷା କରାଯାଇଥିଲା I

Spread the love