ମଧ୍ୟାହ୍ନ ଭୋଜନ ଖାଇ ୨୪ ଛାତ୍ରଛାତ୍ରୀ ଅସୁସ୍ଥ

ବଡ଼ଗଡ଼: ଆଜି ମଧ୍ୟାହ୍ନ ଭୋଜନ ଖାଇ ସଦର ବ୍ଲକ ଅନ୍ତର୍ଗତ ଖଲିଆପାଲି ଆଶ୍ରମ ସ୍କୁଲର ୨୪ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ସମସ୍ତ ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ଚିକିତ୍ସା ପାଇଁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ ଆଜି ବରଗଡ଼ ସଦର ବ୍ଲକ୍‌ ଖଳିଆପଲି ଆଶ୍ରମ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ସାରିବା ପରେ କେତେକ ଛାତ୍ରଛାତ୍ରୀଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା। ସେମାନଙ୍କୁ ତୁରନ୍ତ ବରଗଡ଼ ମୁଖ୍ୟ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ପଠା ଯାଇଥିଲା। ଛାତ୍ରଛାତ୍ରୀଙ୍କ ଚିକିତ୍ସା ଚାଲିଥିବା ବେଳେ ଖଳିଆପଲି ଆଶ୍ରମ ବିଦ୍ୟାଳୟରେ ଉତ୍ତେଜନା ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି।

Spread the love