ରାଜରାସ୍ତାରେ ଶିକ୍ଷକ: ୫୦ ହଜାର ସ୍କୁଲରେ ତାଲା, ୪୦ ଲକ୍ଷ ପିଲାଙ୍କ ପାଠପଢ଼ା ପ୍ରଭାବିତ

ସାରା ରାଜ୍ୟରେ ପ୍ରାଥମିକ ଶିକ୍ଷକ ସଂଘର ଆନ୍ଦୋଳନ ଯୋଗୁ ପ୍ରାୟ ୫୦ ହଜାର ସ୍କୁଲରେ ତାଲା ପଡ଼ିଛି । ୪୦ ଲକ୍ଷ ପିଲାଙ୍କ ପାଠପଢ଼ା ପ୍ରଭାବିତ ହୋଇଛି । ଠିକା ବ୍ୟବସ୍ଥା ଉଛେଦ, କେନ୍ଦ୍ରୀୟ ହାରରେ ବେତନ ଓ ପୁୁରୁଣା ପେନସନ୍ ଦାବିରେ ଅଟଳ ରହିଛନ୍ତି ଶିକ୍ଷକ-ଶିକ୍ଷୟିତ୍ରୀ । ସେପଟେ ଆନ୍ଦୋଳନରତ ପ୍ରାଥମିକ ଶିକ୍ଷକଙ୍କୁ ସରକାରଙ୍କ ନାଲି ଆଖି । ଆନ୍ଦୋଳନ ବନ୍ଦ କରି ତୁରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସବୁ ବିଇଓ ଏବଂ ଡିଇଓଙ୍କୁ ଚିଠି ଲେଖିଛନ୍ତି ସରକାର । ଏଥିରେ କୁହାଯାଇଛି ଧାରଣା ପାଇଁ ଅଧିକାଂଶ ଶିକ୍ଷକ ଅନୁମତି ନେଇ ନାହାନ୍ତି । ଶିକ୍ଷକମାନେ ବର୍ଷକୁ ୨୨୦ ଦିନ ସ୍କୁଲକୁ ଆସିବା ବାଧ୍ୟତାମୂଳକ । ଏଥିରେ ବ୍ୟତିକ୍ରମ ଦେଖାଦେଲେ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହାସହ ସରକାର ଶିକ୍ଷକମାନଙ୍କୁ ବୁଝେଇବାକୁ ଯାଇ କହିଛନ୍ତି, ଏକ ସବକମିଟି ଗଠନ କରାଯାଇଛି । କମିଟି ଶିକ୍ଷକଙ୍କ ତିନିଟି ଦାବି ଉପରେ ତର୍ଜମା କରିବ । କମିଟି ରିପୋର୍ଟ ଦେବା ପରେ ଶିକ୍ଷକଙ୍କ ଦାବି ଉପରେ ଚୂଡାନ୍ତ ନିଷ୍ପତି ନିଆଯିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି ।

Spread the love