ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ଆସିଲା ସଂରକ୍ଷଣ ତାଲିକା, ୫୦ % ଆସନରେ ରହିବେ ମହିଳା

ଭୁବନେଶ୍ୱର ୦୮।୦୧ : ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ। ଅନୁସୂଚିତ ଜାତି/ଜନଜାତି ଓ ମହିଳାମାନଙ୍କ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ଏନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସଂରକ୍ଷଣ  ତାଲିକା ପ୍ରକାଶ ପାଇଛି ।

ଖବର ଅନୁଯାୟୀ, ଆଗାମୀ କିଛି ଦିନରେ ଅନୁଷ୍ଠିତ ହେବ ପଞ୍ଚାୟତ ନିର୍ବାଚନ । ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ଖାଲି ବାକି ଅଛି ନିର୍ବାଚନ ତାରିଖ ଘୋଷଣା । ତେବେ ଏହାପୂର୍ବରୁ ଆଜି ପ୍ରକାଶ ପାଇଁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ସଂରକ୍ଷଣ ତାଲିକା । ୩୦ଟି ମଧ୍ୟରୁ ୧୫ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି । ଅନୁସୂଚିତ ଜନଜାତି ପାଇଁ ୭ ଜିଲ୍ଲା ପରିଷଦ ପଦବୀ ସଂରକ୍ଷିତ ରହିଛି ।

ସୂଚନାଯୋଗ୍ୟ ଯେ, ଶନିବାର ଦିନ ରାଜ୍ୟ ନିର୍ବାଚନ କମିଶନର ଡାକିଛନ୍ତି ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ, ଏସ୍‌ଆର୍‌ସି , ସ୍ୱାସ୍ଥ୍ୟ ସଚିବଙ୍କ ସମେତ ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ । କୋଭିଡ଼ ସଂକ୍ରମଣରେ  ବୃଦ୍ଧି ହେଉଥିବାରୁ ନିର୍ବାଚନକୁ ନେଇ ଚିନ୍ତା ବଢିଛି । ତାରିଖ ଘୋଷଣା କରିବା ପୂର୍ବରୁ ସବୁ ଦିଗକୁ ନେଇ ତର୍ଜମା ହେବ ବୋଲି ସୂଚନା ମିଳିଛି ।

Spread the love