ନବୀନ ନିବାସରୁ ଚାଲି ଚାଲି ଯାଇ ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୪।୦୩ : ଭୋଟ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବର ୫୩ ନଂ ୱାର୍ଡର ୫୪୪ ନମ୍ବର ବୁଥରେ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ୱାର୍ଡରେ ବିଜେଡି ପକ୍ଷରୁ ମହାମାୟା ସ୍ବାଇଁ କର୍ପୋରେଟର ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିବା ବେଳେ ବିଜେପି ପକ୍ଷରୁ ନଳିନୀ ପ୍ରଭା ଖଟେଇ ଏବଂ କଂଗ୍ରେସ ପକ୍ଷରୁ ନିବାସୀ ଦେଈ ନିର୍ବାଚନ ଲଢୁଛନ୍ତି । ନବୀନ ନିବାସରୁ ଚାଲି ଚାଲି ବୁଥ୍‌ରେ ଯାଇ ଭୋଟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ସୂଚନାଯୋଗ୍ୟ ଯେ, ରାଜ୍ୟର ୪୭ଟି ମ୍ୟୁନିସପାଲଟି, ୫୯ଟି ଏନ୍ ଏସି ଏବଂ ୩ଟି ମହାନଗର ନିଗମ ପାଇଁ ହେବ ଭୋଟ୍ ଗ୍ରହଣ ଚାଲିଛି । କାଉନସିଲର/କର୍ପୋରେଟର ଏବଂ ପୌରାଧ୍ୟକ୍ଷ/ମେୟର ପଦବୀ ପାଇଁ ସକାଳ ୮ଟାରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟିଂ ହେବ । ଚଳିତ ନିର୍ବାଚନ ମଇଦାନରେ ୬ହଜାର ୪୧୧ ଜଣ ପ୍ରାର୍ଥୀ ଥିବା ବେଳେ ମତଦାତା ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ୍ ଦେବେ।

Spread the love