ରାଜ୍ୟରେ ବିଦ୍ୟୁତ୍ କାଟ ହେଉନି, ପାୱାର ଲାଇନ ଟ୍ରିପ କରାଯାଉଛି: ଶକ୍ତି ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ବିଦ୍ୟୁତ୍ ଯୋଗାଣର କୌଣସି ଅଭାବ ନାହିଁ। ଅନେକ ଜାଗାରେ ଓଭର ଲୋଡିଂ ଦ୍ୱାରା ପାୱାର ଲାଇନ ଟ୍ରିପ ହେଇଯାଉଛି। ଏଭଳି ଟିପ୍ପଣୀ କରିଛନ୍ତି ଶକ୍ତି ମନ୍ତ୍ରୀ ପ୍ରତାପ ଦେବ।
ସେ କହିଛନ୍ତି, ବିଶେଷ କରି ଭୁବନେଶ୍ୱର ଅଞ୍ଚଳରେ ଥରେ ଲାଇନ ଟ୍ରିପ କରିଗଲେ ତାକୁ ଠିକ୍ କରିବା ପାଇଁ ୬ରୁ ୭ ଘଣ୍ଟା ସମୟ ଲାଗୁଛି। ଆଉ ଗାଁ ଗହଳିରେ ଏହି ସମୟ ଟିକିଏ ଅଧିକ ନେଉଛି। କେମିତି ନିରବଚ୍ଛିନ୍ନ ବିଜୁଳି ଯୋଗାଇ ଦେଇ ପାରିବୁ ଆମେ ଆମ ସମସ୍ତଙ୍କ ତରଫରୁ ଚେଷ୍ଟା କରୁଛୁ।
ଯେଉଁଠି ଲାଇନ କଟିଯାଇଛି, ତାର ଛିଣ୍ଡି ଯାଇଛି କି ଟ୍ରାନ୍ସଫର୍ମର ପୋଡ଼ିଯାଇଛି,  ଯଦି ସେଠି ଲୋକେ କହିବା ପରେ ବି କେହି ଅଧିକାରୀ ଯାଉନାହାନ୍ତି, ସେଥିପାଇଁ ଆମେ ଦୁଇ ଦିନ ତଳେ ସବୁ ଅଧିକାରୀଙ୍କୁ ଡାକି ତାଗିଦ କରିଛୁ। ଲୋ ଭୋଲଟେଜକୁ ନେଇ ଯେଉଁ ଅଭିଯୋଗ ଆସୁଛି ସିଧା କଥା କହିବାକୁ ଗଲେ ଟେକ୍ନିକାଲ ତ୍ରୁଟି ରହିଛି। ଯେଉଁଠି ଲାଇନ ଦୂର ବାଟରେ ଅଛି, ଟ୍ରାନ୍ସମଫର କାପାସିଟ ଓଭର ଲୋଡ ଅଛି ସେଠି ଲୋ ଭୋଲଟେଜ ହେବ।
ପିକ ପିରିୟଡରେ ରାଜ୍ୟରେ ୫ ହଜାର ୬୦୦ ମେଗାୱାଟର ବିଜୁଳିର ଆବଶ୍ୟକତା ରହୁଛି। ଗତ ବର୍ଷ ଏହା ୫ ହଜାର ୫୦୦ ମେଗାୱାଟ ରହିଥିଲା।

Spread the love