କରୋନା ସଙ୍କଟ ଦୂର ନହେବା ପର୍ଯ୍ୟନ୍ତ ଜାରି ରହିବ ‘ଫିଡ୍ ଦି ନିଡି- ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନା’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୫/୦୪ : ନିଜ ଘରେ ରହିବା, ମୁହଁରେ ମାସ୍କ ଲଗାଇବା ଏବଂ ସାମାଜିକ ଦୂରତାକୁ ବଜାୟ ରଖିଲେ ଆମେ କରୋନା ସଂକ୍ରମଣରୁ ନିଜକୁ ରକ୍ଷା କରିପାରିବା ବୋଲି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ସମଗ୍ର ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି । ଶ୍ରୀ ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ବିଜେପିର ହଜାର ହଜାର କାର୍ଯ୍ୟକର୍ତା ନିଜ ଘରେ ମାସ୍କ ତିଆରି କରି ନିଜେ ବ୍ୟବହାର କରିବା ସହ ୨.୫ ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କୁ ମାସ୍କ ବଂଟନ କରିଛନ୍ତି।

ସାମାଜିକ ଦୂରତ୍ୱକୁ ବଜାୟ ରଖି ‘ଫିଡ୍ ଦି ନିଡି – ପ୍ରଧାନମନ୍ତ୍ରୀ ଅନ୍ନ ଯୋଜନା’ କାର୍ଯ୍ୟକ୍ରମରେ ବିଜେପିର ୧୦ ହଜାରରୁ ଉର୍ଦ୍ଧ୍ୱ କାର୍ଯ୍ୟକର୍ତା ବର୍ତମାନ ସୁଦ୍ଧା ରାଜ୍ୟର ୨୧ଟି ସଂସଦୀୟ କ୍ଷେତ୍ର, ୧୪୭ ଟି ବିଧାନସଭା କ୍ଷେତ୍ର, ୩୬ଟି ସାଙ୍ଗଠନିକ ଜିଲ୍ଲା, ୪୦୦ଟି ବ୍ଲକ ଓ ପୈାରପାଳିକାରେ ବାସ କରୁଥିବା ୮ ଲକ୍ଷରୁ ଉର୍ଦ୍ଧ୍ୱ ଲୋକଙ୍କ ପାଖରେ ରନ୍ଧା ଖାଦ୍ୟ, ଶୁଖିଲା ଖାଦ୍ୟ, ରାସନ ସାମଗ୍ରୀ, ମାସ୍କ, ଔଷଧ, ସାନିଟାଇଜର ଆଦି ଅତ୍ୟାବଶକୀୟ ସାମଗ୍ରୀ ପହଂଚାଇଛନ୍ତି । ପ୍ରତିଦିନ ପ୍ରତ୍ୟେକ ସାଙ୍ଗଠନିକ ଜିଲ୍ଲାରେ କମ୍ୟୁନିଟି କିଚେନ ଖୋଲାଯାଇ ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି ।

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଅନ୍ତୋଦୟ ବିଚାରରେ ଅନୁପ୍ରାଣିତ ହେବା ସହ ଭାରତୀୟ ପରମ୍ପରା ‘ନର ସେବା – ନାରାୟଣ ସେବା’କୁ ସମ୍ମାନ ଜଣାଇ ଲକ୍‌ଡାଉନ ସମୟରେ ବିଜେପି କାର୍ଯ୍ୟକର୍ତାମାନେ ସ୍ୱେଚ୍ଛାକୃତ ଭାବେ ସେମାନଙ୍କ ଅଂଚଳରେ ବାସ କରୁଥିବା ଗରିବ, ଦିନମଜୁରିଆ, ଦୁଖୀଜନ ତଥା ଅଭାବୀ ଲୋକଙ୍କୁ ସେମାନଙ୍କ ଆବଶ୍ୟକୀୟ ଖାଦ୍ୟ ସାମଗ୍ରୀ, ଔଷଧ ଆଦି ନିତ୍ୟାବଶ୍ୟକ ସାମଗ୍ରୀ ପହଂଚାଇବାର କାର୍ଯ୍ୟ ଚାଲୁ ରଖିଛନ୍ତି । ୮ ଲକ୍ଷରୁ ଉର୍ଦ୍ଧ୍ୱ ନିଃସ୍ୱ ଗରିବ ଅସହାୟ ବ୍ୟକ୍ତିଙ୍କ ପାଖରେ ଖାଦ୍ୟ ଏବଂ ଅତ୍ୟାବଶକୀୟ ସାମଗ୍ରୀ ପହଂଚାଇଛନ୍ତି ବିଜେପି କାର୍ଯ୍ୟକର୍ତା । କରୋନା ସଙ୍କଟ ଦୂର ହେବା ପର୍ଯ୍ୟନ୍ତ ଅସହାୟ, ଦୁଃଖୀଜନ, ନିସ୍ୱ ଗରୀବଙ୍କୁ ବିଜେପି କାର୍ଯ୍ୟକର୍ତାମାନେ ଖାଦ୍ୟାନ୍ନ ବଂଟନ କରିବେ ।

ଏହି କାର୍ଯ୍ୟରେ ବିଜେପି ସାଂସଦ, ବିଧାୟକ, ଜନ ପ୍ରତିନିଧି, ସମସ୍ତ ମୋର୍ଚ୍ଚାର କାର୍ଯ୍ୟକର୍ତା, ରାଜ୍ୟ ଓ ଜିଲ୍ଲା ପଦାଧିକାରୀମାନେ ସାମିଲ ହୋଇ ନିଜ ନିଜ ଅଂଚଳରେ ଲୋକମାନଙ୍କୁ ରନ୍ଧା ଓ ଶୁଖିଲା ଖାଦ୍ୟ, ରାସନ ସାମଗ୍ରୀ, ଔଷଧ, ମାସ୍କ, ସାନିଟାଇଜର, ପଶୁ ଖାଦ୍ୟ ଆଦି ବଂଟନ କରିଛନ୍ତି । ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ, ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରତ୍ୟେକ୍ଷ ତତ୍ୱାବଧାନରେ ରିଲିଫ ବିତରଣ କାର୍ଯ୍ୟ ଚାଲିଛି ।

Spread the love