ଆଜି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଜନ୍ମ ଜୟନ୍ତୀ; ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ଜନ୍ମ ଜୟନ୍ତୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟରରେ ନନ୍ଦିନୀ ଶତପଥୀଙ୍କ ଫଟୋ ସେୟାର କରି ଲେଖିଛନ୍ତି, ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରାଜ୍ୟର ପ୍ରଗତି କ୍ଷେତ୍ରରେ ତାଙ୍କ ଅବଦାନ ଓ ଓଡିଆ ସାହିତ୍ୟକୁ ସମୃଦ୍ଧ କରିଥିବା ସୃଜନ ସୃଷ୍ଚି ପାଇଁ ସେ ସର୍ବଦା ସ୍ମରଣୀୟ । ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଏହା ୮୯ ତମ ଜନ୍ମ ଜୟନ୍ତୀ । ନନ୍ଦିନୀ ଶତପଥୀ କେବଳ ପୂର୍ବତନ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ଜଣେ ଲେଖିକା ଥିଲେ ।୯ ଜୁନ ୧୯୩୧ ମସିହାରେ ପଦ୍ମଭୂଷଣ ସାହିତ୍ୟିକ କାଳିନ୍ଦୀ ଚରଣ ପାଣିଗ୍ରାହୀ ଓ ରତ୍ନମଣି ଦେବୀଙ୍କର ଔରସରୁ ଜନ୍ମଗ୍ରହଣ କରିଥିଲେ ନନ୍ଦିନୀ । ବଡ ହୋଇ ସେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ତଥା ଜଣେ ଲେଖିକା ଥିଲେ । ସେ ମଧ୍ୟ ଓଡ଼ିଶାର ଲୌହମାନବୀ ରୂପେ ସୁପରିଚିତ। ଏଥିସହ ନନ୍ଦିନୀ ଶତପଥୀ ଦୁଇଥର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ । ୧୯୭୨ରୁ ୧୯୭୩ ଓ ୧୯୭୪ରୁ ୧୯୭୬ ମସିହାରେ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ।

Spread the love