ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ହସ୍ପିଟାଲରେ ଭର୍ତ୍ତି

ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଚର ମନମୋହନ ସିଂହ(୮୭) ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ସେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ରାତି ୮ଟା ୪୫ରେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ ମନମୋହନ ସିଂହ। ଏହାପରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଛି। ଏବେ ସେ ଏମ୍ସର କାର୍ଡିଓ-ଥୋରାସିକ୍ ୱାର୍ଡରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ଚିକିତ୍ସାରେ ଏକ ସ୍ୱତନ୍ତ୍ର ଡାକ୍ତରୀ ଟିମ୍ ନିୟୋଜିତ ଥିବା ସୂଚନା ରହିଛି।

Spread the love