ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଜେଡ଼ି କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ୨୪ ବର୍ଷ ହେଲା ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ଆଶା ଓ ବିଶ୍ୱାସର ପ୍ରତୀକ ହୋଇଛି । ମହିଳା, ଯୁବ, ଛାତ୍ର, ଚାଷୀ, ଶ୍ରମିକ, ଗରିବ, ଅନୁସୂଚିତ ଜାତି ଓ ଜନଜାତି, ସଂଖ୍ୟାଲଘୁ ସମ୍ପ୍ରଦାୟ ଏବଂ ଅନ୍ୟାନ୍ୟ ପଛୁଆ ବର୍ଗ ସମସ୍ତଙ୍କ ବିପୁଳ ସମର୍ଥନ ପାଇ ଆଜି ଦଳରେ କୋଟିଏରୁ ଅଧିକ ସଦସ୍ୟ ସାମିଲ୍ ହୋଇଛନ୍ତି ।

ଆଜି ପବିତ୍ର ରଥଯାତ୍ରାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନୂତନ କାର୍ଯ୍ୟାଳୟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି କାର୍ଯ୍ୟାଳୟରେ ଓଡ଼ିଶାବାସୀଙ୍କ ସେବା ପାଇଁ ବିଭିନ୍ନ ଶାଖା କାର୍ଯ୍ୟକ୍ଷମ ହେବା ସହିତ ରକ୍ତଦାନ ଏବଂ ଅନ୍ୟାନ୍ୟ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ ଚାଲୁ ରହିବ। ଏହାକେବଳ ଦଳୀୟ କାର୍ଯ୍ୟାଳୟ ହେବ ନାହିଁ, ବରଂ ଏହା ଓଡ଼ିଶାର ଲୋକଙ୍କ ପାଇଁ ସେବା ଓ ସମର୍ପଣର ପ୍ରତୀକ ହେବ । ଓଡ଼ିଶା ସ୍ୱାଭିମାନର ଜାଗ୍ରତ ପ୍ରହରୀ ଭାବେ ମଧ୍ୟ ଏହା କାର୍ଯ୍ୟ କରିବ । ଏହି ଶୁଭ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତିଙ୍କ ପଦକ୍ଷେପକୁ ପ୍ରତ୍ୟେକ ବିଜେଡ଼ି ସଦସ୍ୟ ଏବଂ ପ୍ରେମୀଙ୍କ ତରଫରୁ ମୁଁ କୃତଜ୍ଞତା ଓ ଅଭିନନ୍ଦନ ଜଣାଉଛି । ଦଳର ଯୁବ ଓ ଛାତ୍ର ଶ୍ରମ ଦାନ କରି ନିଜ ଘରର କାମ ଭାବି ଏହିକାର୍ଯ୍ୟକ୍ରମରେ ସାମିଲ୍ ହେବେ । ଏହା ମାଧ୍ୟମରେ ସାଢ଼େ ୪ କୋଟି ଓଡ଼ିଶାବାସୀଙ୍କ ସେବା କରିବାକୁ ବିଜୁ ଜନତା ଦଳର ସମସ୍ତ କାର୍ଯ୍ୟକର୍ତ୍ତା ନିଜକୁ ସମର୍ପିତ କରିବେ ।

Spread the love