କିଟ୍ ଓ କିସରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, କିସ୍ ପକ୍ଷରୁ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ

ଭୁବନେଶ୍ୱର :  କିଟ୍ ଓ କିସରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ ହେଇଯାଇଛି  l  ଏହି ଅବସରରେ କିଟ୍ ଶିକ୍ଷାନୁଷ୍ଠାନ ସମୂହ ଓ କିସ୍ ପକ୍ଷରୁ ସ୍ୱଚ୍ଛ ଭାରତ ଅଭିଯାନ କାର୍ଯ୍ୟକ୍ରମ ‘ସ୍ବଚ୍ଛତା ହିଁ ସେବା’ ଅନୁଷ୍ଠିତ ହୋଇଥିଲା । କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ କିଟ୍ ଶିକ୍ଷାନୁଷ୍ଠାନ ସମୂହ ଓ କିସ୍ କର୍ମଚାରୀ, ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକାମାନେ ସଫେଇ କାର୍ଯ୍ୟ କରିଥିଲେ ।

କିସ ଛାତ୍ରଛାତ୍ରୀଙ୍କ ଦ୍ଵାରା ରାମଧୂନ ଗାନ କରାଯାଇଥିଲା । ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇ ଡ. ସାମନ୍ତ ମହାତ୍ମା ଗାନ୍ଧୀ ଓ ଲାଲ ବାହାଦୁର ଶାସ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ପରାମର୍ଶ ଦେଇଥିଲେ । ଏହି ଅବସରରେ କିଟରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ଡ. ସାମନ୍ତ କହିଲେ ପରିବେଶର ପରିଚ୍ଛନ୍ନତା ସହ ସମସ୍ତେ ନିଜ ମନକୁ ସ୍ବଚ୍ଛ ରଖିବା ଜରୁରୀ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଅଭିଯାନ ୨୦୧୪ ମସିହାରେ ଆରମ୍ଭ କରଥିବା ବେଳେ ଇତି ମଧ୍ୟରେ ଏହା ୧୦ ବର୍ଷ ପୂରଣ ହେଇଛି ବୋଲି ଡ. ସାମନ୍ତ କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ କିଟ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ ସିଂହ, ଉପକୁଳପତି ପ୍ରଫେସର ସିବିକେ ମହାନ୍ତି, ଉପକୁଳପତି ପ୍ରଫେସର ଦେବାଶିଷ ବନ୍ଦୋପାଧ୍ୟାୟ, କିସ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ କୁମାର ବେହେରା ପ୍ରମୁଖ ଉପସ୍ଥିତ ଥିଲେ । କିଟ୍ ବିଶ୍ଵବିଦ୍ୟାଳୟ କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ କିଟ ଓ କିସର ବିଭିନ୍ନ କ୍ୟାମ୍ପସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହେଇଥିଲା ।

Spread the love